LaraMag - Système d'actualités / Magazine Laravel Multilingue

Header
collapse
...
Accueil / Odisha / ପୁର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଙ୍କ ପରଲୋକ

ପୁର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଙ୍କ ପରଲୋକ

juil. 27, 2026  Sachchida Nanda Mahakur  55 vues
ପୁର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଙ୍କ ପରଲୋକ

ବରଗଡ଼ : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି । ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର ନେତା ଥିଲେ । ଗତ ୨୦୦୯ ରୁ ୨୦୨୪ ପର୍ଯ୍ୟନ୍ତ କ୍ରମାଗତ ୩ ଥର ବରଗଡ଼ ଜିଲା ଭଟଲି ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ସେ ନବୀନ ପଟ୍ଟନାୟକଙ୍କ ସରକାରରେ ଶ୍ରମମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ସହିତ ସେ ବରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦବୀରେ ମଧ୍ୟ ଥିଲେ । ବରଗଡ଼ ଜିଲା ସୋହେଲା ବ୍ଲକ ବାଉଶେନମୁରା ଗ୍ରାମରେ ଜନ୍ମଗ୍ରହଣ କରିଥିବା ସ୍ବର୍ଗତ ସିଂହଙ୍କ ପରଲୋକରେ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି ।


Partager :

Laisser un commentaire

Votre adresse e-mail ne sera pas publiée. Les champs obligatoires sont marqués *

Votre expérience sur ce site sera améliorée en autorisant les cookies Politique des cookies